ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୩୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୦୧,୪୭୭ରେ ପହଞ୍ଚିଛି।

publive-image Image Courtesy of Bloomberg Quint

ଗତ ୨୪ ଘଣ୍ଟାରେ ହୋଇଥିବା ୬୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୧୩୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୪,୪୯୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୪,୫୪୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦୭୯୯।

publive-image Image Courtesy of Zee News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୮୦,୨୪,୧୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୧୨,୨୪,୩୦୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୧୭,୩୩୦ଟି ନମୁନା।