ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୬ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହିଆସୁଛି। କିନ୍ତୁ. ମୃତ୍ୟୁସଂଖ୍ୟା କମ୍ ବେଶୀ ରହୁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୪୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୦ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୫୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୦,୦୮୬ରେ ପହଞ୍ଚିଛି।
Image Courtesy of The Indian Expressଗତ ୨୪ ଘଣ୍ଟାରେ ହୋଇଥିବା ୩୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୨୨୩ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୮୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୧,୩୪୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୫୨୨।
Image Courtesy of The Financial Expressସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୭,୭୧,୯୫,୭୮୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୫୦,୧୯,୮୭୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୨,୧୧୫ଟି ନମୁନା।
Follow Us