ନୂଆଦିଲ୍ଲୀ:  ଗତ ୫ ଦିନ ହେବ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରରୁ ଅଧିକ ରହୁଥିବା ବ‌େଳେ ଆଜି ୧୮.୭% ହ୍ରାସ ପାଇଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୬୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୦ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୫୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୪,୯୧୩ରେ ପହଞ୍ଚିଛି।

publive-image Image Courtesy of Mysuru Today

ଗତ ୨୪ ଘଣ୍ଟାରେ ହୋଇଥିବା ୨୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୮୯ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୯୧୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୪୧,୮୮୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୧୩୭।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୯,୪୧,୬୮,୨୯୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୮୬,୨୮,୨୫୦ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୧୯,୫୫୨ଟି ନମୁନା।