ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୫୭ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୧୯୪ ରହିଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୭,୨୯୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୧୯୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୬୨,୮୯,୨୯୦ ଓ ମୃତ୍ୟୁସଂଖ୍ୟା ୨,୯୫,୫୨୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/05/cvi-12.jpg)
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୭,୬୩୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୩୦,୭୦,୩୬୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/05/cvii-13.jpg)
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୯,୨୩,୪୦୦।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୯,୩୩,୭୨,୮୧୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୨୧ ତାରିଖ ସୁଦ୍ଧା ସମୁଦାୟ ୩୨,୬୪,୮୪,୧୫୫ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୬୬,୨୮୫ଟି ନମୁନା।