ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୯,୧୭୦ କରୋନା ସଂକ୍ରମିତ ଚିହ୍ନଟ, ୧୭୬୧ ଜଣ ମୃତ

Advertisment
ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨,୫୯,୧୭୦ କରୋନା ସଂକ୍ରମିତ ଚିହ୍ନଟ, ୧୭୬୧ ଜଣ ମୃତ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଦିନକୁ ଦିନ ତା’ର କାୟା ବିସ୍ତାର କରି କରି ଚାଲିଛି। ଆଜି ଦୈନିକ ସଂକ୍ରମଣ ୨,୫୯,୧୭୦ ଚିହ୍ନଟ ହେବା ପରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୦ ଲକ୍ଷ ୬୧ ହଜାର ୯୧୯ରେ ପହଞ୍ଚିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ମଙ୍ଗଳବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୯,୧୭୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୭୬୧ ଜଣ କରୋନାରେ ମୃତ୍ୟୁ ବରଣ କରିଛନ୍ତି। ନୂତନ ମୃତକଙ୍କୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୮୦ ହଜାର ୫୩୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟା ମଧ୍ୟରେ ଆରୋଗ୍ୟ ଲାଭ କରିଛନ୍ତି ୧ ଲକ୍ଷ ୫୪ ହଜାର ୭୬୧ ଜଣ ଓ ଏବେ ବି ସକ୍ରିୟ ଅଛନ୍ତି ୨୦ ଲକ୍ଷ ୩୧ ହଜାର ୯୭୭ ଜଣ। ଏବେ ସୁଦ୍ଧା ସମଗ୍ର ଦେଶରେ ଟିକା ନେଇ ସାରିଲେଣି ୧୨ କୋଟି ୭୧ ଲକ୍ଷ ୨୯ ହଜାର ୧୧୩ ଜଣ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe