୨୪ ଘଣ୍ଟାରେ ଦେଶରେ ୨୫,୯୨୦ କୋଭିଡ୍‌-୧୯ ଆକ୍ରାନ୍ତ; ୪୯୨ ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୨୫,୯୨୦ କୋଭିଡ୍‌-୧୯ ଆକ୍ରାନ୍ତ; ୪୯୨ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩୦ ହଜାରରୁ ଯଥେଷ୍ଟ କମ୍ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୫,୯୨୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୯୨ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୭,୮୦,୨୩୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୯୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୦,୯୦୫ରେ ପହଞ୍ଚିଛି।

publive-image Image Courtesy of India TV News

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୬୬,୨୫୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୯,୭୭,୨୩୮।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨,୯୨,୦୯୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୪,୬୪,୯୯,୪୬୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୫,୬୮,୫୧,୭୮୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୫୪,୮୯୩ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୨.୦୭%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe