୨୪ ଘଣ୍ଟାରେ ଦେଶରେ ୨,୫୯୩ କୋଭିଡ୍‌-୧୯ ଆକ୍ରାନ୍ତ; ୪୪ଜଣ ମୃତ

ନୂଆଦିଲ୍ଲୀ: କ୍ରମାଗତ ୫ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହିଆସୁଛି। ମୃତ୍ୟୁସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଉଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୫୯୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୫୯୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୫୭,୫୪୫ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୨,୧୯୩ରେ ପହଞ୍ଚିଛି।

Image Courtesy of Deccan Chronicle

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭୫୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୧୯,୪୭୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୮୭୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୭,୬୭,୨୦,୩୧୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୪୭,୧୭,୭୦୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୩୬,୫୩୨ଟି ନମୁନା।

ସମ୍ବନ୍ଧିତ ଖବର