ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବିସ୍ତାର ହାର କମ୍ ରହିବା ପରେ ପୁନଶ୍ଚ ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ବ୍ୟାପକ ହେବାରେ ଲାଗିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୪,୨୦୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୫ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ହାର ୬.୭% ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୬୫,୮୨,୧୨୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୫,୩୫୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/01/cvii-10.jpg)
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୦୯,୩୪୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୮,୨୪,୭୦୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୭୨,୦୭୩।
ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୫,୭୫୩ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/01/cvi-10.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୫,୩୯,୮୧,୮୧୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୯,୭୩,୧୧,୬୨୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୮,୮୬,୯୩୫ଟି ନମୁନା। ଦେଶରେ ଦୈନିକ ପଜିଟିଭିଟି ହାର ୧୪.୭୮% ରହୁଛି।