Image Courtesy of NDTV
ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୫୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୩ ହଜାର ତଳକୁ ଚାଲି ଆସିଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୬୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୮,୬୪୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କର୍ଣ୍ଣାଟକ ଜଣେ ଓ କେରଳ ପିଛିଲା ଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଥିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୭୦୫ରେ ପହଞ୍ଚିଛି।
Image Courtesy of Daily Excelsiorଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୫,୨୩୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨,୭୦୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୧୦,୭୦,୫୧୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୧,୫୭,୬୭୧ଟି ନମୁନା।
Follow Us