୨୭୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୪ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୨୭୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୬୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୧,୧୪୩ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୭୪କୁ ବୃଦ୍ଧି ପାଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୫,୫୩୩। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୧% ରହିଛି।

Image Courtesy of The Economic Times

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୭୩୬କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୭,୧୨,୨୨୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୯୮,୧୬୧ଟି ନମୁନା।

ସମ୍ବନ୍ଧିତ ଖବର