Image Courtney of The Economic Times
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୨.୬୭ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୪,୫୨୯ ରହିଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୭,୩୩୪ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୫୨୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୫୪,୯୬,୩୩୦ ଓ ମୃତ୍ୟୁସଂଖ୍ୟା ୨,୮୩,୨୪୮ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୮୯,୮୫୧ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୨,୧୯,୮୬,୩୬୩ରେ ପହଞ୍ଚିଛି।
Image Courtesy of The Times of Indiaଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨,୨୬,୭୧୯।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୮,୫୮,୦୯,୩୦୨ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୧୮ ତାରିଖ ସୁଦ୍ଧା ସମୁଦାୟ ୩୨,୦୩,୦୧,୧୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୨୦,୦୮,୧୯୫ଟି ନମୁନା।
Follow Us