ଅଢ଼େଇ ହଜାର ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୭ ହଜାରୁ କମ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ଅଢ଼େଇ ହଜାର ଉପରେ ଦେଶର ଦୈନିକ କୋଭିଡ୍‌-୧୯ ସଂକ୍ରମଣ; ୨୭ ହଜାରୁ କମ୍‌ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ସାମାନ୍ୟ କମିଥିଲେ ବି ଅଢ଼େଇ ହଜାର ଉପରେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୨୭ ହଜାର ମଧ୍ୟରେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୬୭୮ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୦ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୬୭୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୨୩,୯୯୭ରେ ପହଞ୍ଚିଛି।

publive-image Image Courtesy of Deccan Herald

ଗତ ୨୪ ଘଣ୍ଟାରେ ହୋଇଥିବା ୧୦ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୮୫୭ରେ ପହଞ୍ଚିଛି। ଏଥିରେ କେରଳ ପିଛିଲାଭାବେ ୩ଜଣଙ୍କ ମୃତ୍ୟୁ ସାମିଲ କରିଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୬୮,୫୫୭। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୬,୫୮୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୬%।

publive-image Image Courtesy of Telengana Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୨୧,୩୩,୨୪୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ଗତକାଲି ପରୀକ୍ଷା କରାଯାଇଛି ୨,୩୭,୯୫୨ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe