ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୫୦ରୁ ଅଧିକ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୩୯କୁ ବୃଦ୍ଧି ପାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୮୬,୮୭୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ଦେଶରେ କୋଭିଡ୍-୧୯ଜନିତ କୌଣସି ମୃତ୍ୟୁ ରେକର୍ଡ କରାଯାଇ ନ ଥିବାରୁ ମୃତ୍ୟୁସଂଖ୍ୟା ୫,୩୦,୭୭୨ରେ ଅପରିବର୍ତ୍ତିତ ରହିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୫୩,୬୬୮। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୩୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
Image Courtesy of Mintସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୪,୦୧,୭୬୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୯୭,୨୬୬ଟି ନମୁନା।
Follow Us