ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସଂଖ୍ୟା ୨୬୮ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ସାଢ଼େ ୩ ହଜାର ଟପି ଯାଇଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୬୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୬୮ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୭,୯୧୫ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରୁ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଥିବା ବେଳେ ପିଛିଲା ଭାବେ କେରଳ ଜଣଙ୍କର ମୃତ୍ୟୁ ସାମିଲ କରିବାରୁ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୯୮ରେ ପହଞ୍ଚିଛି।
Image Courtesy of Deccan Heraldଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୪୩,୬୬୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୫୫୨ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୦୮,୩୩,୪୪୯ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
ଚୀନ୍ ସମେତ ବିଶ୍ବରେ କେତେକ ଦେଶରେ ସଂକ୍ରମଣ ହାର ବିଶେଷ ବୃଦ୍ଧି ପାଇଥିବା ବେଳେ ଭାରତରେ ମଧ୍ୟ ସଂକ୍ରମଣ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଉଥିବା ଦେଖାଯାଉଛି। ତେଣୁ, ଜାନୁଆରି ମାସରେ ଦେଶରେ ସଂକ୍ରମଣ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି କେନ୍ଦ୍ର ସରକାର କହିଛନ୍ତି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୩୬,୯୧୯ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/12/4c2503b5-7116-4731-85a4-0aeea74a6c4d.jpg)