୨୪ ଘଣ୍ଟାରେ ଦେଶରେ ୨,୭୦୬ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୫ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୨,୭୦୬ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୨୫ଜଣ ମୃତ

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ହ୍ରାସ ପାଇ ୨୭୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୦୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୫ ମୃତ୍ୟୁ ରେକର୍ଡ କରାଯାଇଛି।

publive-image Image Courtesy of NDTV

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୭୦୬ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୫୫,୭୯୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୧୧ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୦୭୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୧୩,୪୪୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୬୮୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୩୧,୫୭,୩୫୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୦୦,୭୭,୪୦୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୨,୭୮,୨୬୭ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe