୨୪ ଘଣ୍ଟାରେ ଦେଶରେ ୨,୭୧୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୪ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୨,୭୧୦ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୧୪ଜଣ ମୃତ

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ୨୭୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୪ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୭୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୪୭,୫୩୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୫୩୯ରେ ପହଞ୍ଚିଛି।

publive-image Image Courtesy of India Today

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୦୭,୧୭୭।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫୮୧୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୨,୯୭,୭୪,୯୭୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe