ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବିସ୍ତାର ହାର କମ୍ ରହିବା ପରେ ପୁନଶ୍ଚ ସଂକ୍ରମଣ ବେଗ ଦ୍ରୁତ ବୃଦ୍ଧି ପାଇ ବ୍ୟାପକ ହେବାରେ ଲାଗିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୧,୨୦୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩୧୪ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୭୧,୨୨,୧୬୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୬,୦୬୬ରେ ପହଞ୍ଚିଛି।
Image Courtesy of Deccan Heraldଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧,୩୮,୩୩୧ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୫୦,୮୫,୭୨୧।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୫,୫୦,୩୭୭।
ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍’ ସଂକ୍ରମଣ ସଂଖ୍ୟା ମଧ୍ୟ ୭,୭୪୩ରେ ପହଞ୍ଚିଛି।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୫୬,୭୬,୧୫,୪୫୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୦,୨୪,୪୮,୮୩୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୬,୬୫,୪୦୪ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/01/cvii-12.jpg)