୨୪ ଘଣ୍ଟାରେ ଦେଶରେ ୨,୭୪୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୬ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୨,୭୪୫ ଜଣ କୋଭିଡ୍‌-୧୯ ଆକ୍ରାନ୍ତ; ୬ଜଣ ମୃତ

Image Courtesy of Business Standard

ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ସାମାନ୍ୟ ବୃଦ୍ଧି ପାଇ ପୁଣି ୨୭୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୭୪୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୭୪୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୬୦,୮୩୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୩୬ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୩୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୧୭,୮୧୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୩୮୬।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୫୭,୨୦,୮୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୦୮,୯୬,୬୦୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୫୫,୩୧୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe