ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୨୭ ହଜାରରୁ ଯଥେଷ୍ଟ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୩ ଶହରୁ ସାମାନ୍ୟ କମ୍ ରହିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭,୫୩୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୮୪ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୮,୮୯,୧୩୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୨୮୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୧,୭୭୦ରେ ପହଞ୍ଚିଛି।

publive-image Image Courtesy of The Times of India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୯,୨୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୮୪,୫୬୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୨,୨୮୦୧।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୧,୫୨୫ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୫,୪୪,୧୩,୦୦୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୮,୦୦,୭୧,୪୮୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୦,୮୨,୩୭୬ଟି ନମୁନା।