ଆଜି ଦେଶରେ ୨୭୯ ନୂଆ କୋଭିଡ୍‌-୧୯ ସଂକ୍ରମଣ; ୫ ମୃତ୍ୟୁ

ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ଆହୁରି ହ୍ରାସ ପାଇ ଥିଲେ ବି ୩୦୦ ତଳେ ରହିଛି ଏବଂ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨୭୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୫ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨୭୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୨,୩୪୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୫ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୨୦ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ୨ଜଣଙ୍କ ମୃତ୍ୟୁ ସାମିଲ କରିଛି।

Image Courtesy of Times of India

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୬,୮୭୨। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୮୫୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

Image Courtesy of Outlook India

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୯୨,୧୦,୦୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୯୫,୩୧୯ଟି ନମୁନା।

ସମ୍ବନ୍ଧିତ ଖବର