୨୪ ଘଣ୍ଟାରେ ଦେଶରେ ୨,୮୪୧ କୋଭିଡ୍‌-୧୯ ଆକ୍ରାନ୍ତ; ୯ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୨,୮୪୧ କୋଭିଡ୍‌-୧୯ ଆକ୍ରାନ୍ତ; ୯ଜଣ ମୃତ

Image Courtesy of NDTV

ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ ବୃଦ୍ଧି ପାଇ ୩ ହାଜର ପାଖାପାଖି ରହିଛି।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୬,୨୫୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୯ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୧୯୦ରେ ପହଞ୍ଚିଛି।

publive-image Image Courtesy of News18

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୨୯୫ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୭୩,୪୬୦।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୮୬୦୪।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୯୯,୪୪,୮୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୨୯,୪୪,୭୯୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୬,୬୨୮ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe