୨୪ ଘଣ୍ଟାରେ ଦେଶରେ ୨,୮୭୬ କୋଭିଡ୍‌-୧୯ ଆକ୍ରାନ୍ତ; ୯୮ ଜଣ ମୃତ

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ୩ ହଜାର ତଳକୁ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୭୬ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୯୮ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୯,୯୮,୯୩୮ରେ ପହଞ୍ଚିଛି।

Image Courtesy of Sangbad Pratidin

ଗତ ୨୪ ଘଣ୍ଟାରେ ହୋଇଥିବା ୯୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୧୬,୦୭୨ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩,୮୮୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୪,୫୦,୦୫୫।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୨୮୧୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୦,୬୦,୯୩,୧୦୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୮,୦୫,୦୬,୯୭୪ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୭,୫୨,୮୧୮ଟି ନମୁନା।

ସମ୍ବନ୍ଧିତ ଖବର