ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ ବୃଦ୍ଧି ପାଇ ୩ ହାଜର ପାଖାପାଖି ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୮୯୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୮୯୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୧୦,୫୮୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୪ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୧୫୭ରେ ପହଞ୍ଚିଛି।
Image Courtesy of NDTVଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୯୮୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୬୬,୯୩୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୪୯୪।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୬୭,୫୦,୬୩୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୧୯,୮୬,୮୯୧ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୭୨,୧୯୦ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/05/cvi-8.jpg)