୨୪ ଘଣ୍ଟାରେ ଦେଶରେ ୨,୯୨୭ କୋଭିଡ୍‌-୧୯ ଆକ୍ରାନ୍ତ; ୩୨ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୨,୯୨୭ କୋଭିଡ୍‌-୧୯ ଆକ୍ରାନ୍ତ; ୩୨ଜଣ ମୃତ

Image Courtesy of India TV News

ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହିଆସୁଛି। କିନ୍ତୁ. ମୃତ୍ୟୁସଂଖ୍ୟା କମ୍‌ ବେଶୀ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୨,୯୨୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୨ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୨,୯୨୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୫,୪୯୬ରେ ପହଞ୍ଚିଛି।

publive-image Image Courtesy of The Financial Express

ଗତ ୨୪ ଘଣ୍ଟାରେ ହୋଇଥିବା ୩୨ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୫୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୨୫୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୫,୫୬୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୫୨୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୧୯,୪୦,୯୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୫୯,୭୪,୦୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୦୫,୦୬୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe