ନୂଆଦିଲ୍ଲୀ: ବେଶ୍ କିଛି ଦିନ ଧରି ଦେଶରେ କରୋନାଭାଇରସ୍ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ପରେ ଏବେ ଦୈନିକ ସଂକ୍ରମଣ ସଂଖ୍ୟା କ୍ରମଶଃ ହ୍ରାସ ପାଇ ଅଧ ଲକ୍ଷରୁ ଯଥେଷ୍ଟ କମ୍ ରହୁଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୦,୬୧୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୧୪ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ସଙ୍କ୍ରମଣ ହାର ୧୧% ଅଧିକ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୨୭,୨୩,୫୫୮ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫୧୪ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୦୯,୮୭୨ରେ ପହଞ୍ଚିଛି।
Image Courtesy of The Times of Indiaଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୮୨,୯୮୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୧୮,୪୩,୪୪୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୫,୭୦,୨୪୦।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୭୩,୮୬,୮୧,୬୭୫ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୫,୪୨,୮୪,୯୭୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୨,୫୧,୬୬୭ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୨.୪୫%।
Follow Us