୪୦୦ ତଳେ ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା; ୫ ହଜାର ତଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୪୦୦ ତଳେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୫,୦୦୦ ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୧୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୧୦ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୯, ୯୦,୦୫୪ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୨ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୧,୮୬୬କୁ ବୃଦ୍ଧି ପାଇଛି।

Image Courtesy of India TV News

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୪,୫୩,୪୭୯। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୪,୭୦୯କୁ ହ୍ରାସ ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୨୦,୬୭,୦୭,୫୯୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୪୪,୮୧୨ଟି ନମୁନା।

ସମ୍ବନ୍ଧିତ ଖବର