ନୂଆଦିଲ୍ଲୀ: କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ୫ ଦିନ ହେବ ୩ ହଜାରରୁ ଅଧିକ ରହୁଛି। କିନ୍ତୁ, ଆଜିର ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମ୍ ଅଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୧୫୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୬ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୧୫୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୨,୩୪୫ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2022/05/cvii-1-1024x576.jpg)
ଗତ ୨୪ ଘଣ୍ଟାରେ ହୋଇଥିବା ୨୬ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୬୯ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୭୨୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୮,୯୭୬।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୫୦୦।
/sambad/media/post_attachments/wp-content/uploads/2022/05/cvi-1.jpg)
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୯,୨୩,୯୮,୩୪୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୮୨,୦୮,୬୯୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୯୫,୫୮୮ଟି ନମୁନା।