ନୂଆଦିଲ୍ଲୀ:  ଆଜି ଦେଶରେ ପୁଣି କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩ ହାଜର ଟପିଯାଇଛି। ଗତ ୫ ଦିନ ହେବ ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩ ହଜାରରୁ ଅଧିକ ରହୁଥିବା ବେଳେ ଗତକାଲି ୧୮.୭% ହ୍ରାସ ପାଇ ଅଢ଼େଇ ହଜାରରୁ ସାମାନ୍ୟ ଅଧିକ ଥିଲା।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୧ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୨୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୮୮,୧୧୮ରେ ପହଞ୍ଚିଛି।

publive-image Image Courtesy of Zee News

ଗତ ୨୪ ଘଣ୍ଟାରେ ହୋଇଥିବା ୩୧ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୯୨୦ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୮୦୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୪୪,୬୮୯।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୫୦୯।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୯,୪୮,୦୧,୨୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୮୯,୫୫,୫୭୭ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୨୭,୩୨୭ଟି ନମୁନା।