Image Courtesy of India Today
ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ ହ୍ରାସ ପାଇଥିଲେ ବି ୩ ହାଜର ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୨୦୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୯ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୨୦୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୦୫,୪୦୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୨୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୯୩ରେ ପହଞ୍ଚିଛି।
Image Courtesy of Onmanoramaଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୪୧୦ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୬୦,୯୦୫।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୪୦୩।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୩୪,୯୦,୩୯୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୧୦,୨୯,୮୫୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୩୬,୭୭୬ଟି ନମୁନା।
Follow Us