ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ଆଜି ୩ ହଜାର ଟପିଯାଇଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୦୩ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩୯ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୦୩ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୬୮,୭୯୯ରେ ପହଞ୍ଚିଛି।

publive-image Image Courtesy of On Manorama

ଗତ ୨୪ ଘଣ୍ଟାରେ ହୋଇଥିବା ୩୯ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୬୯୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୬୩ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୨୮,୧୨୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୬୯୮୦।

publive-image Image Courtesy of Khaleej Times

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୪୦,୭୫,୪୫୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୬୪,୭୧,୭୪୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୯୭,୬୬୯ଟି ନମୁନା।