୨୪ ଘଣ୍ଟାରେ ଦେଶରେ ୩,୩୨୪ କୋଭିଡ୍‌-୧୯ ଆକ୍ରାନ୍ତ; ୪୦ଜଣ ମୃତ

୨୪ ଘଣ୍ଟାରେ ଦେଶରେ ୩,୩୨୪ କୋଭିଡ୍‌-୧୯ ଆକ୍ରାନ୍ତ; ୪୦ଜଣ ମୃତ

Image Courtesy of New Indian Express

ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ୪ ଦିନ ହେବ ୩ ହଜାରରୁ ଅଧିକ ରହୁଛି। କିନ୍ତୁ, ଆଜିର ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ଗତକାଲି ଅପେକ୍ଷା ସାମାନ୍ୟ କମ୍‌ ଅଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ରବିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୨୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୦ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୨୪ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୯,୧୮୮ରେ ପହଞ୍ଚିଛି।

publive-image Image Courtesy of Telengana Today

ଗତ ୨୪ ଘଣ୍ଟାରେ ହୋଇଥିବା ୪୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୮୪୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୮୭୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୬,୨୫୩।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୦୯୨।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୯,୧୭,୬୯,୩୪୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe