୨୪ ଘଣ୍ଟାରେ ଭାରତରେ ୩୩,୭୫୦ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୧୨୩

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ପ୍ରାୟ ସାଢ଼େ ୩୩ ହଜାରରୁ ଯଥେଷ୍ଟ ଅଧିକ ଥିବାବେଳେ ମୃତ୍ୟୁସଂଖ୍ୟା ୧ ଶହରୁ ସାମାନ୍ୟ ଅଧିକ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୩,୭୫୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୧୨୩ ମୃତ୍ୟୁ ରେକର୍ଡ କରାଯାଇଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୯,୨୨,୮୮୨ରେ ପହଞ୍ଚିଛି।

Image Courtesy of India Today

ଗତ ୨୪ ଘଣ୍ଟାରେ ହୋଇଥିବା ୧୨୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୧,୮୯୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୦,୮୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୪୨,୯୫,୪୦୭।

Image Courtesy of India Today

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୪,୫୫୮୨।

ସେହିପରି ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୧,୭୦୦ରେ ପହଞ୍ଚିଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୪୫,୬୮,୮୯,୩୦୬ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୬୮,୦୯,୫୦,୪୭୬ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୮,୭୮,୯୯୦ଟି ନମୁନା।

ସମ୍ବନ୍ଧିତ ଖବର