୨୪ ଘଣ୍ଟାରେ ଦେଶରେ ୩,୩୭୭ କୋଭିଡ୍‌-୧୯ ଆକ୍ରାନ୍ତ; ୬୦ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୩,୩୭୭ କୋଭିଡ୍‌-୧୯ ଆକ୍ରାନ୍ତ; ୬୦ଜଣ ମୃତ

Image Courtesy of Business Standard

ନୂଆଦିଲ୍ଲୀ: ଆଜିକୁ ମିଶାଇ କ୍ରମାଗତ ୮ ଦିନ ଧରି ଦେଶରେ ଦୈନିକ କରୋନାଭାଇରସ୍ ସଂକ୍ରମଣ ସଂଖ୍ୟା ଅଢ଼େଇ ହଜାରରୁ ଅଧିକ ରହି ଆସୁଥିବା ବେଳେ ୨ଦିନ ହେବ ୩ ହଜାରରୁ ଅଧିକ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୬୦ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୩୭୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୭୨,୧୭୬ରେ ପହଞ୍ଚିଛି।

publive-image Image Courtesy of Deccan Herald

ଗତ ୨୪ ଘଣ୍ଟାରେ ହୋଇଥିବା ୬୦ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୩,୭୫୩ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୪୯୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୩୦,୬୨୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୭୮୦୧।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୮,୬୫,୪୬,୮୯୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୬୯,୪୫,୩୮୩ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୭୩,୬୩୫ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe