୨୪ ଘଣ୍ଟାରେ ଦେଶରେ ୩,୩୭,୭୦୪ କୋଭିଡ୍‌-୧୯ ଆକ୍ରାନ୍ତ; ୪୪୮ ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୩,୩୭,୭୦୪ କୋଭିଡ୍‌-୧୯ ଆକ୍ରାନ୍ତ; ୪୪୮ ଜଣ ମୃତ

Image Courtesy of The Times of India

ନୂଆଦିଲ୍ଲୀ: ବେଶ୍‌ କିଛି ଦିନ ଧରି ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ଦ୍ରୁତ ବେଗରେ ବିସ୍ତାରିତ ହେବା ସହ ସଂକ୍ରମଣ ସଂଖ୍ୟା ଦିନେ ଅଧିକ ତ ଦିନେ କମ୍‌ ରହୁଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୩୭,୭୦୪ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୪୮ ମୃତ୍ୟୁ ରେକର୍ଡ କରାଯାଇଛି। ଗତକାଲି ଠାରୁ ଆଜିର ସଂକ୍ରମଣ ସଂଖ୍ୟା ୯,୫୫୦ କମ୍‌ ରହିଛି। ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୮୯,୦୩,୭୩୧ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୪୪୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୪,୮୮,୮୮୪ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୪୨,୬୭୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୬୩,୦୧,୪୮୨।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୧,୧୩,୩୬୫।

ସେହିପରି, ଦେଶରେ ସମୁଦାୟ ‘ଓମିକ୍ରନ୍‌’ ସଂକ୍ରମଣ ସଂଖ୍ୟା ମଧ୍ୟ ୧୦,୦୫୦ରେ ପହଞ୍ଚିଛି। ଗତକାଲି ଠାରୁ ଓମିକ୍ରନ୍‌ ସଂକ୍ରମଣ ୩.୬୯% ବୃଦ୍ଧି ପାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୬୧,୧୬,୬୦,୦୭୮ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୭୧,୩୪,୯୯,୮୯୨ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୧୯,୬୦,୯୫୪ଟି ନମୁନା। ଦୈନିକ ପଜିଟିଭିଟି ହାର ରହିଛି ୧୭.୨୨%।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe