ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ହ୍ରାସ ପାଇ ୪୦୦ ତଳକୁ ଚାଲି ଆସିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସାଢ଼େ ପ୍ରାୟ ସାଢ଼େ ୫ ହଜାର ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
Sambad is now on WhatsApp
Join and get latest news updates delivered to you via WhatsApp
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୪୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୦,୮୩୦ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୪,୭୧୦। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୫୧୬ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯,୮୯,୫୬,୯୦୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୬୭,୧୭୦ଟି ନମୁନା।