ନୂଆଦିଲ୍ଲୀ: ଆଜି ମଧ୍ୟ ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୩ ହାଜର ଉପରେ ରହିଛି। ଦୁଇ ଦିନ ପୂର୍ବେ ୧୮.୭% ହ୍ରାସ ପାଇ ଅଢ଼େଇ ହଜାରରୁ ସାମାନ୍ୟ ଅଧିକ ଥିଲା।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୪୫ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୨୭ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୫୪୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୯୪,୯୩୮ରେ ପହଞ୍ଚିଛି।
Image Courtesy of Tribune Indiaଗତ ୨୪ ଘଣ୍ଟାରେ ହୋଇଥିବା ୨୭ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୦୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୫୪୯ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୫୧,୨୪୮।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୬୮୮।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୮୯,୪୮,୦୧,୨୦୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୩,୯୮,୪୪,୯୨୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୩,୬୫,୯୮୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/05/cvi-4.jpg)