୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୫୭,୨୨୯ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୩,୨୦,୨୮୯ ଆକ୍ରାନ୍ତ

Advertisment
୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୫୭,୨୨୯ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ସୁସ୍ଥ ହେଲେ ୩,୨୦,୨୮୯ ଆକ୍ରାନ୍ତ

ନୂଆଦିଲ୍ଲୀ: ଆଜି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୫୭,୨୨୯ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସବୁଠାରୁ ବଡ଼ କଥା ହେଲା ଆକ୍ରାନ୍ତଙ୍କ ସଂଖ୍ୟା ସହ ସୁସ୍ଥ ସଂଖ୍ୟା ମଧ୍ୟ ଅଧିକ ରହିଛି। ଗତକାଲିଠାରୁ ଆଜି ସୁସ୍ଥ ସଂଖ୍ୟା ଅଧିକ ରହିଥିବା ବେଳେ ଗତ ୨୪ଘଣ୍ଟା ମଧ୍ୟରେ ୩,୨୦,୨୮୯ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୫୭,୨୨୯ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୪୯ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୨,୦୨,୮୨,୮୩୩ ଓ ମୃତ୍ୟୁସଂଖ୍ୟା ୨,୨୨,୪୦୮ରେ ପହଞ୍ଚିଛି।

Can You Get Two Colds at Once? - The New York Times The New York Times

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୨୦,୨୮୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତା ସଂଖ୍ୟା ୧, ୬୬,୧୩, ୨୯୨ରେ ପହଞ୍ଚିଛି। ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୪,୪୭,୧୩୩।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୮୯,୩୨,୯୨୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe