୨୪ ଘଣ୍ଟାରେ ଭାରତରେ ୩ ଲକ୍ଷ ୬୦ ହଜାରରୁ ଊର୍ଦ୍ଧ୍ୱ କୋଭିଡ୍‌-୧୯ ସଂକ୍ରମଣ; ମୃତ୍ୟୁସଂଖ୍ୟା ୩୨୯୩

 

ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୬୦ ହଜାର ଉପରେ ରହିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୦,୯୬୦ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୨୯୩ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୭୯,୯୭,୨୬୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୩,୨୯୩ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୨,୦୧,୧୮୭ରେ ପହଞ୍ଚିଛି।

Image Courtesy of Times of India

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨,୬୧,୧୬୨ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୧,୪୮,୧୭,୩୭୧।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୯,୭୮,୭୦୯।

Image Courtesy of The Financial Express

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୪,୭୮,୨୭,୩୬୭ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୨୭ ସୁଦ୍ଧା ସମୁଦାୟ ୨୮,୨୭,୦୩,୭୮୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୨୩,୯୧୨ଟି ନମୁନା।

ସମ୍ବନ୍ଧିତ ଖବର