ଆଜି ଦେଶରେ ଦୈନିକ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୬୦୦ ଉପରେ: ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୧୯

ନୂଆଦିଲ୍ଲୀ: ଆଜି ଦେଶରେ କୋଭିଡ୍‌-୧୯ ସଂକ୍ରମଣ ସଂଖ୍ୟା ୩,୬୦୦ ଉପରେ ଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୦୦୦ ଉପରେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୪୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୬୪୧ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୭,୨୬,୨୪୬ରେ ପହଞ୍ଚିଛି।

ଗତ ୨୪ ‌ଘଣ୍ଟାରେ ୭ଟି ମୃତ୍ୟୁ ରିପୋର୍ଟ କରାଯିବା ଫଳରେ ଦେଶରେ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୮୯୨କୁ ବୃଦ୍ଧି ପାଇଛି।

Image Courtesy of India TV News

ଦେଶରେ ଦୈନିକ କୋଭିଡ୍‌-୧୯ ‘ପଜିଟିଭିଟି’ ହାର ୨.୮୭% ଥିବା ବେଳେ ସାପ୍ତାହିକ ‘ପଜିଟିଭିଟି’ ହାର ୨.୨୪% ରହିଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି।

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୭୫,୧୩୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୬% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୨୦,୨୧୯କୁ ବୃଦ୍ଧି ପାଇଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୫%।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୫୯,୫୧୨ଟି ନମୁନା।

ସମ୍ବନ୍ଧିତ ଖବର