ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣ ସଂଖ୍ୟା ୩.୬୬ ଲକ୍ଷ ଥିବା ବେଳେ ମୃତ୍ୟୁସଂଖ୍ୟା ୩,୭୫୪ ରହିଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୬୬,୧୬୧ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୭୫୪ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୨୬,୬୨,୫୭୫ ଓ ମୃତ୍ୟୁସଂଖ୍ୟା ୨,୪୬,୧୧୬ରେ ପହଞ୍ଚିଛି।
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୫୩,୮୧୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୮୬,୭୧,୨୨୨ରେ ପହଞ୍ଚିଛି।
Image Courtesy of India Todayଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୪୫,୨୩୭।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୭,୦୧,୭୬,୬୦୩ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
Image Courtesy of India Today‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୯ ତାରିଖ ସୁଦ୍ଧା ସମୁଦାୟ ୩୦,୩୭,୫୦,୦୭୭ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୪,୭୪,୬୦୬ଟି ନମୁନା।
Follow Us