Image Courtesy of NDTV
ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ହଠାତ୍ ବୃଦ୍ଧି ପାଇ ୩୭୦୦ ଉପରେ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୭୧୨ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୭୧୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୬୪,୫୪୪ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୫ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୪୧ରେ ପହଞ୍ଚିଛି।
Image Courtesy of Business Standardଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୫୮୪ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୨୦,୩୯୪।
ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧୯୫୦୯।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୭୦,୫୧,୧୦୪ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୧୩,୩୮,୫୯୫ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୪୧,୯୮୯ଟି ନମୁନା।
Follow Us