ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୭୯ ହଜାର ଅତିକ୍ରମ କରି ପୁଣି ଏକ ରେକର୍ଡ ସୃଷ୍ଟି କରିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗୁରୁବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୭୯,୨୫୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩,୬୪୫ ମୃତ୍ୟୁ ରେକର୍ଡ ହୋଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୧,୮୩,୭୬,୫୨୪ ଓ ମୃତ୍ୟୁସଂଖ୍ୟା ୨, ୦୪,୮୩୨ରେ ପହଞ୍ଚିଛି।
Image Courtesy of India Todayସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୬୯,୫୦୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୦,୮୬,୮୭୮ରେ ପହଞ୍ଚିଛି।
Image Courtesy of Zee Newsଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୦,୮୪,୮୧୪।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୦୦,୨୦,୬୪୮ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍ ୨୮ ତାରିଖ ସୁଦ୍ଧା ସମୁଦାୟ ୨୮,୪୪,୭୧,୯୭୯ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୭,୬୮,୧୯୦ଟି ନମୁନା।
Follow Us