୨୪ ଘଣ୍ଟାରେ ଦେଶରେ ୩,୮୦୫ କୋଭିଡ୍‌-୧୯ ଆକ୍ରାନ୍ତ; ୨୨ଜଣ ମୃତ

Advertisment
୨୪ ଘଣ୍ଟାରେ ଦେଶରେ ୩,୮୦୫ କୋଭିଡ୍‌-୧୯ ଆକ୍ରାନ୍ତ; ୨୨ଜଣ ମୃତ

Image Courtesy of NDTV

ନୂଆଦିଲ୍ଲୀ:  ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା କିଛି ମାତ୍ରାରେ ବୃଦ୍ଧି ପାଇ ୩ ହାଜର ୮ ଶହ ଉପରେ ରହିଛି। ତିନି ଦିନ ପୂର୍ବେ ୧୮.୭% ହ୍ରାସ ପାଇ ଅଢ଼େଇ ହଜାରରୁ ସାମାନ୍ୟ ଅଧିକ ଥିଲା।

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩, ୮୦୫ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୨ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩, ୮୦୫ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୦,୯୮,୭୪୩ରେ ପହଞ୍ଚିଛି।

publive-image Image Courtesy of NDTV

ଗତ ୨୪ ଘଣ୍ଟାରେ ହୋଇଥିବା ୨୨ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୦୨୪ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୩୧୬୮ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୫,୫୪,୪୧୬।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୦୩୦୩।

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୦,୦୦,୯୪,୯୮୨ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୪,୦୩,୩୨,୪୬୯ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୮୭,୫୪୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe