ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ବ୍ୟାପିବା ଦିନରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୩ ଲକ୍ଷ ୮୬ ହଜାର ଅତିକ୍ରମ କରି ପୁଣି ଏକ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି।

Advertisment

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୮୬,୪୫୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୩,୪୯୮ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୧,୮୭,୬୨,୯୭୬ ଓ ମୃତ୍ୟୁସଂଖ୍ୟା ୨, ୦୮,୩୩୦ରେ ପହଞ୍ଚିଛି।

ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୨,୯୭,୫୪୦ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୫୩,୮୪,୪୧୮ରେ ପହଞ୍ଚିଛି।

publive-image Image Courtesy of NDTV

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୧,୭୦,୨୨୮।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୫,୨୨,୪୫,୧୭୯ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

publive-image Image Courtesy of Reuters

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଏପ୍ରିଲ୍‌ ୨୯ ତାରିଖ ସୁଦ୍ଧା ସମୁଦାୟ ୨୮,୬୩,୯୨,୦୮୬ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୯,୨୦,୧୦୭ଟି ନମୁନା।