ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କୋଭିଡ୍-୧୯ ସଂକ୍ରମଣ ସାମାନ୍ୟ ବୃଦ୍ଧି ପାଇଥିଲେ ବି ୪୦୦ ତଳେ ରହିଛି ଓ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ହ୍ରାସ ପାଇ ସାଢ଼େ ୫ ହଜାର ତଳେ ଥିବା କଥା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ସୂଚନାରୁ ଜଣାପଡ଼ିଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୮୯ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୩ ଜଣଙ୍କର ମୃତ୍ୟୁ ରେକର୍ଡ କରାଯାଇଛି।
୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩୮୯ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୬,୭୧,୨୧୯ରେ ପହଞ୍ଚିଛି।
 Image Courtesy of The Economic Timesଗତ ୨୪ ଘଣ୍ଟାରେ ହୋଇଥିବା ୩ଜଣଙ୍କ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୩୦,୬୦୮ରେ ପହଞ୍ଚିଛି। ଏଥିରେ କେରଳ ପିଛିଲା ଭାବେ ଜଣଙ୍କ ମୃତ୍ୟୁ ସାମିଲ କରିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୧,୩୫,୨୧୬। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୮୦% ରହିଛି।
ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୫,୩୯୫ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୧%।
 Image Courtesy of Business Todayସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୯୯,୦୨୮,୧୯୩ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଗତକାଲି ପରୀକ୍ଷା କରାଯାଇଛି ୨,୮୩,୦୮୧ଟି ନମୁନା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/post_attachments/wp-content/uploads/2022/11/Corona-in-India-on-26th-November_Thumbnail.jpg)