ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୬ ଶହରୁ କମ୍ ରହିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୦୯୭ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୫୪୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୩,୧୩,୩୨,୧୫୯ ଓ ମୃତ୍ୟୁସଂଖ୍ୟା ୪,୨୦,୦୧୬ରେ ପହଞ୍ଚିଛି।
ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୦୮୭ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୫, ୦୩, ୧୬୬ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/07/cvii-2.jpg)
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୦୮,୯୭୭।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୨,୭୮,୮୨,୨୬୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
/sambad/media/post_attachments/wp-content/uploads/2021/07/cvi-3.jpg)
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୩ ତାରିଖ ସୁଦ୍ଧା ସମୁଦାୟ ୪୫,୪୫,୭୦,୮୧୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୬,୩୧,୨୬୬ଟି ନମୁନା।