୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୩୬୧ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪୧୬

୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯,୩୬୧ ନୂଆ କୋଭିଡ୍‌-୧୯ ସଂକ୍ରମିତ ଚିହ୍ନଟ, ମୃତ୍ୟୁସଂଖ୍ୟା ୪୧୬

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାଭାଇରସ୍‌ଜନିତ ମହାମାରୀ ସଂକ୍ରମଣସଂଖ୍ୟା ୪୦ ହଜାରରୁ କମି ଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ୫ ଶହରୁ କମ୍ ରହିଛି।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ସୋମବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩୯,୩୬୧ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୪୧୬ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌ ସଂକ୍ରମଣ ମାମଲା ୩,୧୪,୧୧,୨୬୨ ଓ ମୃତ୍ୟୁସଂଖ୍ୟା ୪,୨୦,୯୬୭ରେ ପହଞ୍ଚିଛି।

ସେହିଭଳି, ଗତ ୨୪ ଘଣ୍ଟା ମଧ୍ୟରେ ୩୫,୯୬୮ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୩,୦୫,୭୯,୧୦୬ରେ ପହଞ୍ଚିଛି।

publive-image Image Courtesy of The Indian Express

ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୪,୧୧,୧୮୯।

କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୪୩,୫୧,୯୬,୦୦୧ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

publive-image Image Courtesy of CNBC

‘ଆଇସିଏମ୍ଆର୍‌’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଜୁଲାଇ ୨୫ ତାରିଖ ସୁଦ୍ଧା ସମୁଦାୟ ୪୫,୭୪,୪୪,୦୧୧ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୧,୫୪,୪୪୪ଟି ନମୁନା।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe