ନୂଆଦିଲ୍ଲୀ: ଆଜି ଦେଶରେ ଦୈନିକ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ସଂଖ୍ୟା ହ୍ରାସ ପାଇ ୪ ହଜାର ତଳେ ରହିଛି। ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ୪୦ ହଜାର ତଳେ ଥିବା କଥା ସ୍ବାସ୍ଥ୍ୟ ମନ୍ତ୍ରାଳୟ ୱେବ୍ସାଇଟ୍ରୁ ଜଣାପଡ଼ିଛି।

Advertisment

କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶୁକ୍ରବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୪୭ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୭ ମୃତ୍ୟୁ ରେକର୍ଡ କରାଯାଇଛି।

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୪୭ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୪୫,୮୭,୩୦୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ ହୋଇଥିବା ୧୮ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୮,୬୨୯ରେ ପହଞ୍ଚିଛି। ମୃତ୍ୟୁସଂଖ୍ୟା ସଂଶୋଧନ କରି ଏଥିରେ କେରଳ ୯ ଜଣଙ୍କ ମୃତ୍ୟୁ ସାମିଲ କରିଛି।

publive-image Image Courtesy of Outlook India

ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୪୦,୧୯,୦୯୫। ସମ୍ପ୍ରତି ଦେଶରେ ସୁସ୍ଥତା ହାର ୯୮.୭୩% ରହିଛି।

ଏହାଛଡ଼ା, ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୩୯,୫୮୩ ଥିବା ରେକର୍ଡ କରାଯାଇଛି। ଏହା ହେଉଛି ଦେଶର ସମୁଦାୟ ସଂକ୍ରମଣର ୦.୦୯%।

publive-image Image Courtesy of Telengana Today

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୨,୧୮,୫୨,୧୬,୭୧୦ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍ଆର୍’ ରିପୋର୍ଟ ଅନୁସାରେ, କୋଭିଡ୍-୧୯ ନିଦାନ ଲାଗି ଗତକାଲି ପରୀକ୍ଷା କରାଯାଇଛି ୩,୨୦,୭୩୪ଟି ନମୁନା।