ନୂଆଦିଲ୍ଲୀ: ଗତକାଲିଠାରୁ ଆଜି ଦେଶରେ କୋଭିଡ୍‌-୧୯ ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇ ୪୦୦୦ ତଳକୁ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୩,୯୬୨ କରୋନାଭାଇରସ୍‌ଜନିତ ନୂତନ ସଂକ୍ରମଣ ଓ ୨୬ ମୃତ୍ୟୁ ରେକର୍ଡ କରାଯାଇଛି।

Advertisment

୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ୩,୯୬୨ ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୪,୩୧,୭୨,୫୪୭ରେ ପହଞ୍ଚିଛି।

publive-image Image Courtesy of Rediff.com

ଗତ ୨୪ ଘଣ୍ଟାରେ ହୋଇଥିବା ୨୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍‌-୧୯ଜନିତ ମୃତ୍ୟୁସଂଖ୍ୟା ୫,୨୪,୬୭୭ରେ ପହଞ୍ଚିଛି।

ଗତ ୨୪ ଘଣ୍ଟାରେ କୋଭିଡ୍‌-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୨୬୯୭ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୪,୨୬,୨୫,୪୫୪।

ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୨୨୪୧୬।

publive-image Image Courtesy of India TV News

ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧,୯୩,୯୬,୪୭,୦୭୧ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।

‘ଆଇସିଏମ୍‌ଆର୍‌’ ରିପୋର୍ଟ ଅନୁସାରେ, କୋଭିଡ୍‌-୧୯ ନିଦାନ ଲାଗି ଗତକାଲି ସୁଦ୍ଧା ସମୁଦାୟ ୮୫,୨୨,୦୯,୭୮୮ଟି ନମୁନା ପରୀକ୍ଷା କରାଯାଇଛି। ଗତକାଲି ପରୀକ୍ଷା କରାଯାଇଛି ୪,୪୫,୮୧୪ଟି ନମୁନା।