ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନରୁ ଚଳିତ ସପ୍ତାହରେ ୪ଥର ଦୈନିକ ସଂକ୍ରମଣ ସଂଖ୍ୟା ୪ ଲକ୍ଷ ଟପିଥିବା ବେଳେ ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁସଂଖ୍ୟା ୪,୧୮୭କୁ ବୃଦ୍ଧିପାଇଥିବା ଜଣାପଡ଼ିଛି।
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୪,୦୧,୦୭୮ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୪,୧୮୭ ମୃତ୍ୟୁ ରେକର୍ଡ କରାଯାଇଛି। ଏହି ତଥ୍ୟକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍ ସଂକ୍ରମଣ ମାମଲା ୨,୧୮,୯୨,୬୭୬ ଓ ମୃତ୍ୟୁସଂଖ୍ୟା ୨,୩୮,୨୭୦ରେ ପହଞ୍ଚିଛି।
/sambad/media/post_attachments/wp-content/uploads/2021/05/cvii-3.jpg)
ସେହିଭଳି ଗତ ୨୪ ଘଣ୍ଟା ମଧ୍ୟରେ ୩,୧୮,୬୦୯ ଆକ୍ରାନ୍ତ ସୁସ୍ଥ ହୋଇ ଫେରିବା ସହ ସମୁଦାୟ ସୁସ୍ଥତାସଂଖ୍ୟା ୧,୭୯,୩୦,୯୬୦ରେ ପହଞ୍ଚିଛି।
ଏହା ବ୍ୟତିରେକେ, ଏବେ ଦେଶରେ ସମୁଦାୟ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୩୭,୨୩,୪୪୬।
/sambad/media/post_attachments/wp-content/uploads/2021/05/cvi-1.jpeg)
କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୬,୭୩,୪୬,୫୪୪ଜଣ ହିତାଧିକାରୀଙ୍କୁ ଟିକା ଦିଆଯାଇଛି।
‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ମେ ୭ ତାରିଖ ସୁଦ୍ଧା ସମୁଦାୟ ୩୦,୦୪,୧୦,୦୪୩ ନମୁନା ପରୀକ୍ଷା ସରିଛି। ଗତକାଲି ପରୀକ୍ଷା ହୋଇଛି ୧୮,୦୮,୩୪୪ଟି ନମୁନା।